ରିପୋର୍ଟ କାର୍ଡ / ନୂଆପଡ଼ା
ସୋମବାର ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକ୍ସନର କୁକୁଡ଼ାତାଲ ଗାଁରେ ପୁଣି ବାଛୁରିକୁ ମାରି ଖାଇଛି ବାଘ। ମଙ୍ଗଳବାର ସକାଳେ ଗାଁର ଫଗୁନୀ କେଉଟ ନିଜ ଗୁହାଳରେ ବାଛୁରି ନଥିବା ଦେଖି ଆଖପାଖରେ ଖୋଜିଥିଲେ। ପରେ ବାଛୁରିଟି ଏକ ଚାଷ ଜମିରେ ମରି ପଡ଼ିଥିବା ଦେଖିବାକୁ ପାଇଥିଲେ। ବାଘ ଆକ୍ରମଣ କରି ମାରି ଖାଇଥିବା ଜଣାପଡ଼ିବା ପରେ ସେ ବନ ବିଭାଗକୁ ଖବର ଦେଇଥିଲେ।ବନ ବିଭାଗର କର୍ମଚାରୀମାନେ ଗାଁରେ ପହଞ୍ଚି ଭୟଭୀତ ନହେବା ଲାଗି ଗାଁଲୋକଙ୍କୁ ସଚେତନ କରୁଛନ୍ତି।






More Stories
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..