ରିପୋର୍ଟ କାର୍ଡ / ନୂଆପଡ଼ା
ସୁନାବେଡା ଅଭୟାରଣ୍ୟରେମଣିଷଖିଆ ବାଘ ଆତଙ୍କ ଦେଖିବାକୁ ମିଳିଛି । ଗତକାଲି ସନ୍ଧ୍ୟାରେ କଟିଙ୍ଗପାଣି ଗାଁରେ ଘର ପାଖରେ ଖେଳୁଥିବା ୮ ବର୍ଷର ନାବାଳକକୁ ଝାମ୍ପି ନେଇଥିବାବେଳେ ରାତିରେ ସେହି ଗାଁରେ ଜଣେ ବ୍ୟକ୍ତିଙ୍କ ଗୁହାଳରେ ପଶି ଗାଈକୁ ମାରି ଖାଇଛି। ଏହାକୁ ନେଇ ସ୍ଥାନୀୟ ଅଂଚଳରେ କକୁଆଭୟ ସୃଷ୍ଟି ହଇଛି। ଘରୁ ପଦା ଯିବାକୁ ଭୟ କରୁଛନ୍ତି ଲୋକେ। ବନ ବିଭାଗ ରେଞ୍ଜରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଗାଁରେ ପହଞ୍ଚିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ଗୋଧସପଡ଼ାର ୮ ବର୍ଷୀୟ ଡମ୍ବରୁଧର ଧରୁଆ ଘର ପାଖରେ ଖେଳୁଥିଲା। ଏହି ସମୟରେ କଲରାପତରିଆ ବାଘ ତାକୁ ଝାମ୍ପି ନେଇ ସୁନାବେଡ଼ା ଅଭୟାରଣ୍ୟ ଆଡ଼କୁ ପଳାଇଥିଲା। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଜଙ୍ଗଲ ଭିତର ଏକ ଗୁମ୍ଫାରୁ ପିଲାଟିକୁ ବାଘଠୁ ଉଦ୍ଧାର କରି ଘରକୁ ଆଣିଥିଲେ। ଘରେ ନାବାଳକର ମୃତ୍ୟୁ ଘଟିଥିଲା। ଗାଁ ପାଖରେ ୨ଟି କଲରାପତରିଆ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……