ରିପୋର୍ଟ କାର୍ଡ / ଭୁବନେଶ୍ୱର
ନର୍ସଙ୍କ ଡ୍ରେସ କୋଡ୍ ବଦଳାଇଲେ ରାଜ୍ୟ ସରକାର। ଏଣିକି ନୂତନ ପୋଷାକରେ ରହିବ ସମ୍ବଲପୁରୀ ଛିଟ। ନର୍ସିଂ ଅଧିକାରୀଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ଦେଖିବାକୁ ମିଳିବ। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହିତ ଆଲୋଚନା ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ, ବରିଷ୍ଠ ନର୍ସିଂ ଅଧିକାରୀ ଈଷତ୍ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିବେ। ସେହିପରି ଆସିଷ୍ଟାଣ୍ଟ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ କେୟନ ବ୍ଲୁ ରଙ୍ଗର ପୋଷାକ ହେବ। ଏହାବ୍ୟତୀତ ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟ ଓ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ଧଳା ରଙ୍ଗର ପୋଷାକ କରାଯିବ। ଜେନେରାଲ ଓ୍ବାର୍ଡରେ କାର୍ଯ୍ୟରତ ନର୍ସ ଧଳା ରଙ୍ଗର ଆପ୍ରନ ପିନ୍ଧିବେ ବୋଲି ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
More Stories
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….