ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୋଷଣ କେନ୍ଦ୍ରନେଇ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର। ‘ପାଇଲଟ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲିବ। ପୋଷଣ କେନ୍ଦ୍ରରେ ମିଳିବ ଡାଲି, ଅଟା, ତେଲ ଓ ଚାଉଳ। ଏ ନେଇ ହିତାଧୀକାରୀଙ୍କୁ ମିଳିବ ସ୍ବତନ୍ତ୍ର କାର୍ଡ ବୋଲି ମନ୍ତ୍ରୀ କହିଛନ୍ତି। ପୋଷଣ କେନ୍ଦ୍ର ମାଧ୍ୟମରେ ପୁଷ୍ଟିଯୁକ୍ତ ଶସ୍ୟ ଯୋଗାଣ, ସରକାରୀ ସୁଲଭ ମୂଲ୍ୟ ଦୋକାନଗୁଡିକର ସୁଦୃଢ଼ୀକରଣ କରାଯିବ। ଖାଦ୍ୟ ସୁରକ୍ଷା ଦିଗରେ ଆହୁରି ଅନେକ ଜନକଲ୍ୟାଣକାରୀ ପଦକ୍ଷେପ ମାନ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଥିଲେ





More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..