Report Card Odisha

| Daily Odia News

ଓଏଏସ୍‌ ସ୍ଥରରେ ଅଦଳବଦଳ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଏଏସ୍‌ ସ୍ଥରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର | ଶୁକ୍ରବାର ୫ଜଣ ଅଧିକାରୀଙ୍କ ବଦଳି ହୋଇଛି । ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ପୂର୍ବତନ ସଚିବ ତଥା ଏବେ ସାଧାରଣ ପ୍ରଶାସନ ବିଭାଗର ଯୋଗ ଦେଇଥିବା ଅନନ୍ତ ବିଜୟ ପଟ୍ଟନାୟକଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ଜଙ୍ଗଲ ବିଭାଗ ଅତିରିକ୍ତ ସଚିବ ମଧୁସୂଦନ ଦାସଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ କରାଯାଇଛି। ବାଲେଶ୍ୱରର ଅତିରିକ୍ତ ଉପଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ୱାଇଁଙ୍କୁ ଝାରସୁଗୁଡ଼ା ଉପଜିଲ୍ଲାପାଳ, ଝାରସୁଗୁଡ଼ା ଉପଜିଲ୍ଲାପାଳ ଦୟାମୟ ପାଢ଼ୀଙ୍କୁ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ର ଉପଜିଲ୍ଲାପାଳ, କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍‌ ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କୁ ମୟୂରଭଞ୍ଜ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ବୋଲି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ସଚିବ ଏସ୍‌ ଏନ୍‌ ସାହୁ ସୂଚନା ଦେଇଛନ୍ତି।

Breaking News