Report Card Odisha

| Daily Odia News

ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କାର୍ଯ୍ୟାଳୟ ପରିସରରେ ଆକ୍ରମଣ ପ୍ରସଙ୍ଗକୁ ନେଇ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଫିସର୍ସ ସଂଘ କଡ଼ା ନିନ୍ଦା କରିଛି। ସଂଘର ରାଜ୍ୟ ସଭାପତି ଜ୍ୟୋତିରଞ୍ଜନ ମିଶ୍ର କହିଛନ୍ତି, ଏଭଳି ବର୍ବରୋଚିତ ଘଟଣାକୁ ଯେତେ କଡ଼ା ଭାଷାରେ ନିନ୍ଦା କଲେ ବି କମ୍‌ ହେବ ବୋଲି କହିଛନ୍ତି। ଘଟଣାକୁ ନେଇ ମଙ୍ଗଳବାରଠାରୁ ସମସ୍ତ ଓଏଏସ୍‌ ଅଫିସର ଛୁଟିରେ ରହିବାକୁ ନିଷ୍ପତ୍ତି ନିଆଯାଇଥିଲା। ହେଲେ ଛୁଟିରେ ରହିବାକୁ ନିଷ୍ପତ୍ତି ନେଇଥିବା ଓଏଏସ ସଂଘ ମଙ୍ଗଳବାର ଏହାକୁ ସ୍ଥଗିତ ରଖିଛି ।ସୋମବାରେ ରାତିରେ ସଂଘ ସଦସ୍ୟଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋଚନା କରିଥିଲେ। ସାଙ୍ଗରେ ମୁଖ୍ୟ ଶାସନ ସଚିବ, ଡିଜିପି ଏବଂ ଟୁଇନ ସିଟି ପୋଲିସ କମିଶନର ମଧ୍ୟ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଆଜିଠୁ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଥିବା ସଂଘ ଏଥିରୁ ବିରତ ରହିଛି।

Breaking News