ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ୬ ବ୍ଲକରେ ନୂଆ ବିଡିଓଙ୍କୁ ନିଯୁକ୍ତି ଦିଆଯାଇଛି । ସୁନିଲ ମେହେରଙ୍କୁ ବରଗଡ଼ ଜିଲ୍ଲାର ଝାରବନ୍ଧ ବିଡିଓ, ସମ୍ବିତ ଶତପଥୀଙ୍କୁ ପୁରୀ ସଦର, ଆଶିଷ ରଞ୍ଜନ ସାହୁଙ୍କୁ ଢେଙ୍କାନାଳ ଜିଲ୍ଲାର ଗଁଦିଆ ବିଡିଓ, ଲକ୍ଷ୍ମୀଧର ସାହୁଙ୍କୁ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ବିଡିଓ, ଉମାକାନ୍ତ ବେହେରାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ ବିଡିଓ, ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ବିଡିଓ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ଲକ୍ଷ୍ମୀପ୍ରସାଦ ସାହୁଙ୍କୁ କାଶୀନଗର ତହସିଲଦାର ଓ ସୁଶ୍ରୀ ପ୍ରଧାନଙ୍କୁ କଳାହାଣ୍ଡି ଡେପୁଟି ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..