ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିରରେ ଆଜି ପଞ୍ଚୁକର ତୃତୀୟ ଦିନ ପାଳିତ ହେଉଛି। ଏହି ଅବସରରେ ତ୍ରିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି। ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକ ମାନେ ଏହି ବେଶ କରିଥାନ୍ତି। ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ପଞ୍ଚୁକ ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ପୁରୀରେ ହୋଇଛି। ହରିବୋଲ ହୁଳହୁଳି ସହ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହେଉଛି ପୁରୀ ବଡଦାଣ୍ଡ। ଭକ୍ତଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……