ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ ହୋଇଛି। ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଏ ନେଇ ସୂଚନା ଦେଇଛନ୍ତି ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।ଶାନ୍ତିଲତା ବାରିକ ଛୋଟରାୟ ହେଉଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ପରମ ଭକ୍ତ। ଜୀବନ କାଳ ଭିତରେ ଅନେକ ଲୋକପ୍ରିୟ ଜଗନ୍ନାଥ ଭଜନ ଗାଇଛନ୍ତି। ଅତି ଲୋକପ୍ରିୟ। ରାଜ୍ୟ ଓ ରାଜ୍ୟ ବାହାରେ ତାଙ୍କର ବହୁ ପ୍ରଶଂସକ ଅଛନ୍ତି। ୨୦୧୧ ମସିହାରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ହେଲ୍ଥ୍ ଚେକ୍ଅପ୍ ପରେ କ୍ୟାନ୍ସର ହୋଇଥିବା ଜାଣିବାକୁ ପାଇଥିଲେ ପରିବାର ଲୋକେ।
More Stories
ରାହୁଲଙ୍କ ସରକାରୀ ବାସଭବନ ପରିବର୍ତ୍ତନ…..
୨୫ତମ କାର୍ଗିଲ ବିଜୟ ଦିବସ: ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…..
ଭୁବନେଶ୍ୱରରେ ଟ୍ରେନ ଲାଇନଚ୍ୟୁତ……