ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜିଠାରୁ ଆରମ୍ଭ ହୋଇଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଭୁବନେଶ୍ୱର ଜନତା ମଇଦାନରେ ଆସନ୍ତା ୫ ତାରିଖ ଯାଏଁ ଚାଲିବ ସମ୍ମିଳନୀ। ଏଥିରେ ଦେଶ ବିଦେଶର ଓଡ଼ିଆ ଭାଷାବିତ୍ ଯୋଗଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଏବଂ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ। ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ। ସମ୍ମିଳନୀ ପୂର୍ବରୁ ଭୁବନେଶ୍ୱର କଳାମଣ୍ଡଳ ପରିସରରେ ଅକ୍ଷରଭୂମିର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ସମ୍ମିଳନୀକୁ ସ୍ମରଣୀୟ କରିବା ଲାଗି ଖାଣ୍ଡେଲାଇଟ୍ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଭାସ୍କର୍ଯ୍ୟର ଅପୂର୍ବ ନିଦର୍ଶନ ସ୍ୱରୂପ ନିର୍ମିତ ହୋଇଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..