Report Card Odisha

| Daily Odia News

ମାଓବାଦୀଙ୍କ ଆକ୍ରମଣରେ ଓଡ଼ିଆ ଯବାନ ସହିଦ…..

ରିପୋର୍ଟ କାର୍ଡ / କେନ୍ଦୁଝର

ଝାଡ଼ଖଣ୍ଡରେ ଆଜି ମାଓବାଦୀ ଆକ୍ରମଣରେ ସିଆରପିଏଫ୍ ଯବାନ ଓଡ଼ିଆ ପୁଅ ସୁଶାନ୍ତ କୁମାର ଖୁଣ୍ଟିଆ ସହିଦ ହୋଇଯାଇଛନ୍ତି | ମିଳିଥିବା ସୂଚନା ମୁତାବକ ସୁଶାନ୍ତଙ୍କ ଘର କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌରପରିଷଦ ୪ ନମ୍ଵର୍ ୱାର୍ଡ ଖୁଣ୍ଟିଆ ସାହି ବୋଲି ଜଣାପଡିଛି | ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ଗୋଇଲକେରା ପୋଲିସ ଷ୍ଟେସନ ଅନ୍ତର୍ଗତ ହାତିବୁରୁ ଜଙ୍ଗଲରେ ସିଆରପିଏଫ ୬୦ ବାଟାଲିୟନର ଯବାନମାନେ ସର୍ଚ୍ଚ ଅପରେସନ କରୁଥିବାବେଳେ ନକ୍ସଲମାନେ ଆଖିବୁଜା ଗୁଳିଚାଳନା କରିଥିଲେ | ଯବାନମାନେ ମଧ୍ୟ ଆକ୍ରମଣର ଜବାବ ଦେବାକୁ ଗୁଳି ଚଳାଇଥିଲେ | ତେବେ ନକ୍ସଲଙ୍କ ଗୁଳିମାଡରେ ସିଆରପିଏଫର ଦୁଇ ଜଣ ଯବାନ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ମୁନ୍ନା ଯାଦବ ଗୁରୁତର ହୋଇପଡ଼ିଥିଲେ |ଉଭୟଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସା ଲାଗି ହେଲିକପ୍ଟର ଯୋଗେ ରାଞ୍ଚି ପଠାଯାଇଥିଲା | ତେବେ ସେଠାରେ ସୁଶାନ୍ତଙ୍କର ମୃତ୍ୟୁ ହୋଇଯାଇଥିବା ଡାକ୍ତର କହିଥିଲେ | ଅନ୍ୟପଟେ ମୁନ୍ନାଙ୍କ ଅବସ୍ଥା ମଧ୍ୟ ଏବେ ବି ଗୁରୁତର ଅଛି |

Breaking News