ରିପୋର୍ଟ କାର୍ଡ / ଭୁବନେଶ୍ୱର
ସିକିମର ପ୍ରଳୟଂକାରୀ ବନ୍ୟାରେ ସହିଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଆଜି ଜନ୍ମମାଟିରେ ପହଞ୍ଚିବ। ସରୋଜଙ୍କ ପାର୍ଥିବ ଶରୀର ସିକିମରୁ ପ୍ରଥମେ ସିଧା ଭୁବନେଶ୍ୱର ଅଣାଯିବ। ତା’ପରେ ତାଙ୍କ ଜନ୍ମଭୂମି କାମାକ୍ଷାନଗରର କେନ୍ଦୁଢିପକୁ ଅଣାଯିବ। ସେଠାରୁ ସହିଦଙ୍କ ପାର୍ଥିବ ଶରୀରକୁ ବିରାଟ ଶୋଭାଯାତ୍ରରେ ନିଜ ଗାଁକୁ ନିଆଯିବ। ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ତାଙ୍କ ଗାଁରେ ଶେଷକୃତ୍ୟ ସଂପନ୍ନ କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୟଙ୍କର ଫ୍ଲାସ ଫ୍ଲଡରେ ସରୋଜ ସହିଦ ହୋଇଥିବା କଥା ଗତକାଲି ଅପରାହ୍ନ ୨ଟା ବେଳେ ତାଙ୍କ ପରିବାରକୁ ସେନା ପକ୍ଷରୁ ଖବର ଦିଆଯାଇଥିଲା।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..