ରିପୋର୍ଟ କାର୍ଡ / ଭୁବନେଶ୍ୱର
ବୁଧବାର ବାୟୁସେନା ହେଲିକପ୍ଟର କ୍ରାସରେ ମୃତ ୧୩ଜଣଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡିଆ ଯବାନ । ମୃତ ଯବାନଙ୍କ ନାମ ରାଣା ପ୍ରତାପ ଦାସ ବୋଲି ଜଣାପଡିଛି । ତାଙ୍କ ଘର ତାଳଚେରର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁରେ ବୋଲି ସୂଚନା ରହିଛି । ଖବର ଅନୁଯାୟୀ, ବୁଧବାର ଦିନ ମଧ୍ୟାହ୍ନ ସମୟରେ ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ଏହି ଦୁର୍ଘଟଣାରେ ସିଡିଏସ୍ ବିପିନ ରାୱତ୍ ଏବଂ ପତ୍ନୀ ମଧୁଲିକାଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ମୃତକଙ୍କ ମଧ୍ୟରେ ଜଣେ ଓଡିଆ ଯବାନ ରାଣା ପ୍ରତାପ ଦାସ ରହିଛନ୍ତି । ତାଙ୍କ ଘର ତାଳଚେର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁରେ । ରାଣା ପ୍ରତାପ ଦାସ ବାୟୁ ସେନାର ଜୁନିୟର ୱାରେଣ୍ଟ ଅଫିସର ଭାବେ କାର୍ଯ୍ୟରତ ଥିବା ସୂଚନା ମିଳିଛି । ତାଙ୍କ ବିୟୋଗରେ ପରିବାର ଓ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..