ରିପୋର୍ଟ କାର୍ଡ / କଟକ
ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ ହୋଇଛି । କଟକ ଏସ୍ସିବି ସ୍ଥିତ କୋଭିଡ୍ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା। ତାଙ୍କ ଦେହାନ୍ତ ନେଇ ଶାନ୍ତିରାଜଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। କିଛିଦିନ ତଳେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଅଧିକ ଅସୁସ୍ଥ ହେବାରୁ ତାଙ୍କୁ ଏସିବି କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ପରଲୋକରେ ଓଲିଉଡ୍ ଜଗତରେ ଶୋକର ଛାୟା ଖେଳି ଯାଇଛି।






More Stories
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
ଆଜି ପୂର୍ବାଞ୍ଚଳ କୃଷି ସମ୍ମିଳନୀ……
ରୁପା ଆମଦାନୀ ଉପରେ କଟକଣା……