ରିପୋର୍ଟ କାର୍ଡ / ଭୁବନେଶ୍ୱର
ପରଲୋକରେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଖବର ଅନୁଯାୟୀ, ମସ୍ତିଷ୍କ ଓ ଫୁସ୍ଫୁସ୍ କ୍ୟାନସରରେ ପୀଡିତ ଥିଲେ ରାଜେଶ୍ୱରୀ । କ୍ୟାନସରରୁ ଭଲ ମଧ୍ୟ ହୋଇଯାଇଥିଲେ । ହେଲେ ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ମେଡିକାଲ ଭର୍ତ୍ତି କରାଯାଇଥିଲା । ପରେ ଚିକିତ୍ସାଧିନ ଅବସ୍ଥାରେ ବୁଧବାର ରାତିରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ରାଜେଶ୍ୱରୀଙ୍କୁ ୩୬ ବର୍ଷ ହୋଇଥିଲା । ରାଜେଶ୍ୱରୀ ଟେଲି ଧାରାବାହିକରେ ଖଳନାୟିକା ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ଥିଲେ । ରାଜେଶ୍ୱରୀରେ ଦେହାନ୍ତ ଖବର ଶୁଣି ପୁରା ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….