ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏପ୍ରିଲ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବାରୁ ଅଂଶୁଘାତକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନେ ଏପ୍ରିଲରୁ ଜୁନ୍ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ। ଏନେଇ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ପଦକ୍ଷେପ ନେବା ପାଇଁ ସମସ୍ତ ରାଜସ୍ବ କମିଶନର, ଜିଲାପାଳ ଏବଂ ରାଜ୍ୟ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଯଦି କୌଣସି କାର୍ଯ୍ୟ ଜରୁରୀ ମନେ ହୁଏ କିମ୍ବା ଅତ୍ୟାବଶ୍ୟକୀୟ ସେବା ସହ ଜଡ଼ିତ ତେବେ ସତର୍କମୂଳକ ପଦକ୍ଷେପ ନେବେ। ଯଥା ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାୟା ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ପ୍ରତ୍ୟେକ ଶ୍ରମିକଙ୍କ ପାଇଁ ଓଆର୍ଏସ୍ ପ୍ୟାକେଟ୍ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….