Report Card Odisha

| Daily Odia News

ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କଲା ପାଣିପାଗ ବିଭାଗ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତି ସାଙ୍ଗକୁ ବହୁଛି ଝାଞ୍ଜି | ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, କନ୍ଧମାଳ, କେନ୍ଦୁଝର, ମୟୂରଭଂଜ, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଢେଙ୍କାନାଳ। ଅନୁଗୁଳ ଓ ବୌଦ୍ଧର କିଛି ସ୍ଥାନରେ ଅତି ଭୀଷଣ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି। ଆସନ୍ତାକାଲିଠାରୁ ଦିନର ତାପମାତ୍ରା ୩ରୁ ୪ଡିଗ୍ରୀ କମିବା ସମ୍ଭାବନା ରହିଛି । MD ଡିଜି ଆହୁରି କହିଛନ୍ତି, ଚଳିତ ବର୍ଷ ଏପ୍ରିଲ, ମେ’, ଜୁନରେ ସ୍ୱାଭାବିକ ଠାରୁ ଅଧିକ ତାତି ରହିପାରେ। ଏହାସହ ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ତୀବ୍ରତା ଅଧିକ ରହିପାରେ। ଗ୍ରୀଷ୍ମପ୍ରବାହ ପାଇଁ ଲୋକେଙ୍କୁ ସତର୍କ କରାଇଛନ୍ତି ପାଣିପାଗ ବିଭାଗ ।

Breaking News