ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଉ ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି । ଆଜି ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରିଛନ୍ତି। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ,ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ । ସେହିପରି ଆସନ୍ତାକାଲି ପାଇଁ ୧୪ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୦ ତାରିଖ ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି । ଗତକାଲି କିଛି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ପରେ ତାପମାତ୍ରା ସାମାନ୍ୟ କମିଛି ।
More Stories
୧୦ ଦ୍ଵୀପରେ ଉଡ଼ିବ ତ୍ରିରଙ୍ଗା…..
ସାଧାରଣତନ୍ତ୍ର ଦିବସ ପାଇଁ ଗାନ୍ଧୀମାର୍ଗରେ ଫୁଲ ଡ୍ରେସ୍ ରିହରସାଲ୍…..
କମିବାର ନାଁ ନେଉନାହିଁ ଝାଡାବାନ୍ତି : ୮୮ ଆକ୍ରାନ୍ତ…..