Report Card Odisha

| Daily Odia News

୪୮ ଘଣ୍ଟା ମଧ୍ୟରେ କାଳବୈଶାଖୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ୪୮ ଘଣ୍ଟା ମଧ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି | ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନାରେ କୁହାଯାଇଛି। ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ ଆଜି ଦିନ ୧ଟା୩୦ରୁ ଶନିବାର ସକାଳ ୮ଟା୩୦ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ବାଲେଶ୍ୱର, ଯାଜପୁର, ଭଦ୍ରକ, ନୂଆପଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ମାତ୍ରାରେ ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ୨୦ ତାରିଖ (ଶନିବାର) ସକାଳ ୮ଟା୩୦ରୁ ୨୧ ତାରିଖ (ରବିବାର) ସକାଳ ୮ଟା୩୦ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡା, କୋରାପୁଟ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି (ଗୁରୁବାର) ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବାରିପଦା ଠାରେ ସର୍ବାଧିକ ତାପମାତ୍ରା ୩୯.୪ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୬.୫ ଡିଗ୍ରି କନ୍ଧମାଳ ଠାରେ ରେକର୍ଡ କରାଯାଇଥିଲା।

Breaking News