ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶାରେ ଦେଶର ବୃହତ୍ତମ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ଜାପାନ ଗସ୍ତରୁ ରାଜ୍ୟକୁ ବଡ଼ ସଫଳତା ମିଳିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନିପନ ଷ୍ଟିଲ ବୁଲି ଦେଖିଛନ୍ତି। ୯ଦିନର ଗସ୍ତକୁ ବେଶ୍ ସଫଳତା ମିଳିଛି। ରାଜ୍ୟ ଶିଳ୍ପ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ମିଶନ ମୋଡରେ ଶିଳ୍ପାୟନ ଆଗେଇବ। ନିପନ ଷ୍ଟିଲ ପ୍ଲାଣ୍ଟ ଓଡ଼ିଶାରେ ୩୦ନିୟୁତ ମେଟ୍ରିକ୍ ଟନ୍ ଇସ୍ପାତ ଉତ୍ପାଦନ କରିବ। ସେମାନେ ପାୱାର ପ୍ଲାଣ୍ଟ ପାଇଁ ଗ୍ରିନ ଆମୋନିଆ ବ୍ୟବହାର ଉପରେ ଗୁରୁତ୍ବ ଦେଇଛନ୍ତି। ଖୁବ୍ ଶୀଘ୍ର ଜାପାନ ପ୍ରତିନିଧି ଦଳ ଓଡ଼ିଶା ଆସିବେ। ସେମାନେ କ୍ଷେତ୍ର ପରିଦର୍ଶନ କରିବେ। ଆମେ ମଧ୍ୟ ସେମାନଙ୍କୁ ନିମନ୍ତ୍ରଣ କରିଛୁ।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……