ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣାର ମାଷ୍ଟରମାଇଣ୍ଡ ପଠାଣିସାମନ୍ତ ଲେଙ୍କାର ଦୁଇ ସହଯୋଗୀ ଅଟକଥିବା ଜଣାପଡିଛି । ଦେଶଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଯାଜପୁରରୁ ଦୁଇଜଣଙ୍କୁ ଏସଟିଏଫ୍ ଉଠାଇଥିବା ଜଣାଯାଇଛି। ଏଣେ ଖୁବଶୀଘ୍ର ଫରେନ୍ସିକ ଲ୍ୟାବକୁ ଯିବ ଅଭିଯୁକ୍ତଙ୍କ ମୋବାଇଲ। ଏନଆଇଏ ଓ ଆଇବିକୁ ଏସଟିଏଫ୍ ସମସ୍ତ ତଥ୍ୟ ଦେଇଛି। ଆଇଟି ଏକ୍ସପର୍ଟ ଆବଶ୍ୟକସ୍ଥଳେ ସୋସିଆଲ ମିଡିଆ ବ୍ୟବହାର ନେଇ ଯାଞ୍ଚ କରିବେ ବୋଲି ସୂଚନା ରହିଛି। ଆଗରୁ ଏହି ମାମଲାରେ ତିନିଜଣଙ୍କୁ ଗିରଫ କରାଯାଇଛି। ତେଣେ ସୋମବାରଠାରୁ ରିମାଣ୍ଡରେ ଆସିବ ପଠାଣି ସାମନ୍ତ ଲେଙ୍କା। ତାର ଦିଲ୍ଲୀ, ରାଜସ୍ତାନ, ଗୁଜୁରାଟ ଓ ପଶ୍ଚିମବଙ୍ଗରେ ଥିବା ପାକିସ୍ତାନି ଆଇଏସଆଇ ଏଜେଣ୍ଟଙ୍କ ସହ ସମ୍ପର୍କ ଥିବା ନେଇ ତଦନ୍ତ ବେଳେ ଏସଟିଏଫକୁ ସାଙ୍ଘାତିକ ତଥ୍ୟ ମିଳିଛି। ଏହାଛଡ଼ା କେଉଁ କେଉଁ ଅଂଚଳରୁ ସିମକାର୍ଡ କିଣା ହୋଇଥିଲା ସେନେଇ ଚାଲିଛି ଖୋଳତାଡ଼ କେବେଠାରୁ ପାକିସ୍ତାନ ଆଇଏସଆଇଏଜେଣ୍ଟ ଲିଙ୍କରେ ଥିଲେ ତାର ତଦନ୍ତ ଚାଲିଛି। ପୂର୍ବରୁ ଅଫିସିଆଲ ଡାଟା ଲିକ ନେଇ ଜଲପାଇଗୁଡି ଥାନାରେ ରହିଛି ମାମଲା।ସେପଟେ ଟେଲିକମ ପ୍ରୋଭାଇଡରଙ୍କୁ ମଧ୍ୟ ସ୍କାନରକୁ ନେଇଛି ଏସଟିଏଫ୍। ଟ୍ରାଞ୍ଜାକ୍ସନ ଯାଞ୍ଚ ପାଇଁ ନ୍ୟାସନ୍ୟାଲ ପେମେଣ୍ଟ କର୍ପୋରେସନକୁ ବିଚିଠି ଲେଖାଯାଇଛି।






More Stories
ଗୁଜବ ସୃଷ୍ଟିକାରୀଙ୍କ ଉପରେ ହେବ ଆକ୍ସନ୍…..
ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ…..
କାଳବୈଶାଖୀ କୁ ନେଇ ସତର୍କ ସୂଚନା ଜାରି…..