Report Card Odisha

| Daily Odia News

ଆଇଏଏସ୍‌ ସ୍ତରରେ ଅଦଳବଦଳ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ସେ ବିଜ୍ଞାନ ଓ କାରିଗରୀ ବିଭାଗର ଅତିରିକ୍ତ ଦାୟିତ୍ବରେ ଥିଲେ। ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁମୁଗମ୍‌ଙ୍କୁ ବିଜ୍ଞାନ ଓ କାରିଗରୀ ବିଭାଗର ଅତିରିକ୍ତ ଦା‌ୟିତ୍ବ ମିଳିଛି। ‌ପୂର୍ବରୁ ସେ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ଦାୟିତ୍ବରେ ଅଛନ୍ତି। ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ ଲୋହାନିଙ୍କୁ ଏସ୍‌ଏସ୍‌ଇପିଡି ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି।

Breaking News