ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟ ସରକାର ଆଇଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ସେ ବିଜ୍ଞାନ ଓ କାରିଗରୀ ବିଭାଗର ଅତିରିକ୍ତ ଦାୟିତ୍ବରେ ଥିଲେ। ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁମୁଗମ୍ଙ୍କୁ ବିଜ୍ଞାନ ଓ କାରିଗରୀ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି। ପୂର୍ବରୁ ସେ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ଦାୟିତ୍ବରେ ଅଛନ୍ତି। ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ ଲୋହାନିଙ୍କୁ ଏସ୍ଏସ୍ଇପିଡି ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..