Report Card Odisha

| Daily Odia News

ରାଜ୍ୟରେ ବୁଲା ଗାଈଗୋରୁ ପ୍ରାଣୀମାଙ୍କ ପାଇଁ ୫୫ ଲକ୍ଷ ଟଙ୍କା ମଞ୍ଜୁର….

ରିପୋର୍ଟ କାର୍ଡ / ଭୁବନେଶ୍ୱର

କରୋନା ହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ୍ ସଡ଼ଡାଉନ୍ ଜାରି ରହିଛି । ଏହି ସମୟରେ ରାଜ୍ୟରେ ବୁଲା ଗାଈଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ, ୪୮ଟି ମ୍ୟୁନିସପାଲଟି ଓ ୬୧ଟି ଏନ୍ଏସି ମାନଙ୍କ ପାଇଁ ୫୫ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ପୌରସଂସ୍ଥା । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ ହଜାର ଟଙ୍କା ଖର୍ଚ୍ଚ କରିବେ । ସେହିଭଳି ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି କର୍ତ୍ତୃପକ୍ଷ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା ।

Breaking News