ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତାକାଲି ଲୋକସେବା ଭବନଠାରେ ଆନ୍ତଃ ମନ୍ତ୍ରିସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏନେଇ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଖାଦ୍ୟ ଯୋଗାଣ, ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଆଇନ ତଥା ଅନୁସୂଚିତ ଜନଜାତି ତଥା ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଶକ୍ତି ତଥା ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଯୋଗ ଦେବେ। ଆନ୍ଦୋଳନରତ ବିଭିନ୍ନ ସଙ୍ଗଠନର ଦାବି ଉପରେ ଏଥିରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଜଣାପଡ଼ିଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..