ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଲିଭ୍ ରିଡଲେଙ୍କ ସୁରକ୍ଷା ପାଇଁ କଟକଣା ଜାରି କରାଯାଇଛି। ସମୁଦ୍ରରୁ ମାଛ ଧରିବା ନେଇ ଆଜିଠାରୁ ୭ ମାସ ପର୍ଯ୍ୟନ୍ତ କଟକଣା ଲଗାଯାଇଛି। ମତ୍ସଜୀବୀମାନଙ୍କୁ ଉପକୂଳଠାରୁ ସମୁଦ୍ର ଭିତରକୁ ୨୦ କିଲୋମିଟର ପର୍ଯ୍ୟନ୍ତ ଆଗାମୀ ମେ’ ୩୧ ଯାଏଁ ମାଛ ନଧରିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ମେ ୩୧ ପର୍ଯ୍ୟନ୍ତ ଋଷିକୂଲ୍ୟା, ଧାମରା ଓ ଦେବୀ ୩ ନଦୀ ମୁହାଣରୁ ମାଛ ମାରିବାକୁ ବାରଣ କରାଯାଇଛି। ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ନଦୀ ମୁହାଣରେ ଶିବିର ଖୋଲାଯିବ। ଏହି ଶିବିରଗୁଡ଼ିକରେ ବନ ବିଭାଗର କର୍ମଚାରୀଙ୍କୁ ମୁତୟନ କରାଯିବ। ଏମାନେ ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ଦାୟିତ୍ୱ ନେବେ। ପ୍ରାୟ ୭ ମାସ ଯାଏଁ ମତ୍ସଜୀବୀମାନେ ସମୁଦ୍ରରୁ ମାଛ ନଧରିବା ପରେ ସେମାନଙ୍କ ଆର୍ଥିକ ଅବସ୍ଥା ଦୁର୍ବଳ ହୋଇଯିବ। ତେଣୁ ପ୍ରଶାସନ ତରଫରୁ ସଂପୃକ୍ତ ମତ୍ସଜୀବୀ ପରିବାରକୁ ଆର୍ଥିକ ସହଯୋଗ ଦିଆଯିବ ବୋଲି ଜଣାଯାଇଛି।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……