ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ସବୁଠି ଲୋକେ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଖରାକୁ ଦେଖି ଆସନ୍ତା ୩ ଦିନ ଯାଏ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। କାଲିଠୁ ୨୦ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।






More Stories
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..