ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୧୧ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ପୋଲିସ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ହେଉଛନ୍ତି ତ୍ରିନାଥ ମିଶ୍ର । କଟକ, ଭୁବନେଶ୍ୱର, ଯାଜପୁର, କୋରାପୁଟରେ ଥିବା ଘରେ ଭିଜିଲାନ୍ସ ରେଡ୍ କରିଛି । ତ୍ରିନାଥଙ୍କ କଟକ ତୁଳସୀପୁର ଅଫିସ୍, ସରକାରୀ ବାସଭବନ, ଭୁବନେଶ୍ୱର ରସୁଲଗଡ଼ ସ୍ଥିତ ଫ୍ଲାଟ୍, ନବରଙ୍ଗପୁର ଡାବୁଗାଁ ପୈତୃକ ଘରେ ଚଢ଼ାଉ କରୁଥିବା ବେଳେ ଯାଜପୁର ବଡ଼ଚଣାରେ ସମ୍ପର୍କୀୟଙ୍କ ଘର, ଶାନ୍ତିଲତା ଫାର୍ମ ହାଉସ୍, ଚଣ୍ଡିଖୋଲ ବଜାରରେ ଥିବା ଶାନ୍ତିଲତା ନର୍ସିଂ ହୋମ୍, ଶାନ୍ତିଲତା ଟ୍ରାନ୍ସପୋର୍ଟ ନାଁରେ ଥିବା ଦୁଇଟି ଅଫିସ୍ରେ ତନାଘନା କରୁଛି ଭିଜିଲାନ୍ସ ।





More Stories
ଶଙ୍କରକୁ ଭୁବନେଶ୍ଵର ଆଣିଲା କ୍ରାଇମବ୍ରାଞ୍ଚ……
ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ…….
ସ୍କୁଲରେ ୨୨ ଛାତ୍ରୀଙ୍କୁ ଯୌନ ନିର୍ଯାତନା,ପ୍ରିନ୍ସପାଲଙ୍କ ସମେତ ୩ ଗିରଫ……