ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ ଦାବି କରିଥିଲେ | ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ | ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀ ହୋହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ମଧ୍ୟ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ୧୧.୩୦ ଯାଏ ମୁଲତବୀ ରଖିଥିଲେ |






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..