ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ତେବେ ଆରମ୍ଭରୁ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ତଦନ୍ତକୁ ନେଇ ବିରୋଧୀ ଦଳ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଭିନ୍ନ ପର୍ଯ୍ୟାୟରେ ଗୃହକୁ ଆସନ୍ତା ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରିଛନ୍ତି। ଉଲ୍ଲେଖ ଯୋଗ୍ୟ- ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ ମିନିଟରେ ବିଧାନସଭା ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ପ୍ରଶ୍ନକାଳ ଆରମ୍ଭ କରିବା ମାତ୍ରେ କଂଗ୍ରେସ ସଦସ୍ୟମାନେ ଆଇନ ଶୃଙ୍ଖଳା, ନବ ଦାସ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହର ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିଥିଲେ। ବିଜେପି ସଦସ୍ୟମାନେ ମଧ୍ୟ ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରି ହୋହଲ୍ଲା କରିଥିଲେ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..