ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନରେ ବି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି । ସୂଚନା ଅନୁସାରେ- ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ର ବିରୋଧୀ କଂଗ୍ରେସ ଦଳର ସଦସ୍ୟମାନେ ହୋହାଲ୍ଲା ସହ ନାରାବାଜି କରିଥିଲେ। ଗୃହରେ ମମିତା ମେହେର ପ୍ରସଙ୍ଗ ଉଠାଇ ବିରୋଧୀ ହୋହାଲ୍ଲା କରିଥିଲେ ।

ଏପିରିକି ବ୍ରାହ୍ମଣ ବେଶରେ ଆସି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିବାଦ ଜଣାଇଥିଲେ । ଏହାସହିତ ଗୃହକୁ ଶୋଧନ କରିବାକୁ ଯାଇ ଗଙ୍ଗାଜଳ ମଧ୍ୟ ଛିଞ୍ଚିଥିଲେ ବିଧାୟକ ତାରା ବାହିନୀପତି । ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ର ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜିକୁ ନେଇ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି । ଅପରାହ୍ନ ୪ଟା ଯାଏଁ ବିଧାନସଭାକୁ ମୁଲତବୀ ରଖିଛନ୍ତି ବାଚସ୍ପତି ।






More Stories
ଓଡ଼ିଶା ଡିଜିପି ନିଯୁକ୍ତି ମାମଲା;୧୮ରେ ପରବର୍ତ୍ତୀ ଶୁଣାଣି……
ଚାମେଲୀଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଶେଷ…..
ଅବପାତର ପରିଣତ ହେବ ଲଘୁଚାପ, ରେଡ୍ ଓ୍ବାର୍ନିଂ ଜାରି…..