Report Card Odisha

| Daily Odia News

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିଧାନସଭାର ତୃତୀୟ ଦିନରେ ଗୃହରେ ବିରୋଧୀମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ପ୍ରଶ୍ନକାଳ ଆରମ୍ଭରୁ ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଛି ବିଜେଡି। ଫଳରେ ଗୃହକୁ ପ୍ରଥମେ ୧୧ଟା ୩୦ ମିନିଟ ଓ ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ ବାଚସ୍ପତି। ମଦ ମୃତ୍ୟୁ ଘଟଣାରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେଡି ଓ କଂଗ୍ରେସ। ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିବା ବେଳେ ବିଜେଡି ବିଧାୟକମାନେ ନାରାବାଜି କରିଥିଲେ। ଫଳରେ ବାଚସ୍ପତି ଗୃହକୁ ଦିନ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ। ଏହାପରେ ଗୃହ କାର୍ଯ୍ୟ ପୁଣି ଥରେ ଆରମ୍ଭ ହେବା ମାତ୍ରେ ଗୃହରେ ଅଚଳାବସ୍ଥା ଦେଖାଦେଇଥିଲା। ମୁଲତବି ପ୍ରସ୍ତାବ ଉପରେ ଆଲୋଚନା କରିବାକୁ ସରକାର ପ୍ରସ୍ତୁତ ଥିବାବେଳେ ବିରୋଧୀ କିନ୍ତୁ ଆଲୋଚନା ନକରି ନାରାବାଜି କରିଥିଲେ। ଫଳରେ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବି କରାଯାଇଛି।

Breaking News