ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିନଟିଏ ଘୁଞ୍ଚିଲା ବିଧାନସଭା ବାଚସ୍ପତି ନିର୍ବାଚନ। ନୂଆଖାଇକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ପାଇଁ ସରକାର ପୂର୍ବର ଘୋଷଣା କରିଥିଲେ। ଉଭୟ କଂଗ୍ରେସ ଓ ବିଜେପି ବିଧାୟକଙ୍କ ଜୋରଦାର ବିରୋଧ ପରେ ନିଷ୍ପତ୍ତି ବଦଳାଇଲେ ସରକାର। ତେବେ ଏହାକୁ ୨୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ତା’ ପୂର୍ବରୁ ୨୧ ତାରିଖରେ ଏଥିପାଇଁ ନାମାଙ୍କନପତ୍ର ଦାଖଲ ଶେଷ ହେବ।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..