ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜୁନ୍ ୧୩ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ବାଚସ୍ପତି ପଦ ପାଇଁ ଆସନ୍ତା ଶୁକ୍ରବାର ଅର୍ଥାତ ୧୦ ତାରିଖ ପ୍ରାର୍ଥୀପତ୍ର ଦାଖଲ କରାଯିବ । ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ବାଚସ୍ପତି ନିର୍ବାଚନ ନେଇ ଶୁକ୍ରବାର ଦିନ ପ୍ରାର୍ଥୀପତ୍ର ଦାଖଲ କରାଯିବ । ତେବେ ଗତ ୪ ତାରିଖ ଦିନ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ୟନାରାୟଣ ପାତ୍ର। ଉପବାଚସ୍ପତିଙ୍କୁ ନିଜର ଇସ୍ତଫା ପତ୍ର ଦେଇଥିଲେ ସୂର୍ଯ୍ୟନାରାୟଣ ପାତ୍ର। ଉଲ୍ଲେଖ ଯୋଗ୍ୟ- ନବୀନଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ ପରେ ଏବେ କିଏ ନୂଆ ବାଚସ୍ପତି ହେବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି ।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..