Report Card Odisha

| Daily Odia News

ଆଜିଠୁ ବିଧାନସଭା ଶୀତ ଅଧିବେଶନ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ। ଆଦିବାସୀ ଜମି ହଡ଼ପ ଅଭିଯୋଗ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ୱାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି। ସେପଟେ କଂଗ୍ରେସ କହିଛି ଆଞ୍ଚଳିକ ବୈଷମ୍ୟବାଦ, ପଶ୍ଚିମ ଓଡ଼ିଶା ପ୍ରତି ଅବହେଳା, ମଣ୍ଡି ସମସ୍ୟା, ଆଇନ ଶୃଙ୍ଖଳା, ଦୁର୍ନୀତି, ସୀମା ବିବାଦ, ଦାଦନ, ବେକାରୀ ଭଳି ପ୍ରସଙ୍ଗ ଗୃହରେ ଉଠାଯିବ ବୋଲି ସ୍ପଷ୍ଟ କରିଛି। ଅନ୍ୟପକ୍ଷରେ ଶାସକ ବିଜେଡି ବି ବିରୋଧୀଙ୍କ ସାମ୍ନା କରିବାକୁ ନିଜକୁ ପ୍ରସ୍ତୁତ କରିଛି। ଶୀତ ଅଧିବେଶନ ଆଜିଠୁ ଆରମ୍ଭ ହୋଇ ଡିସେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବସିବାର କାର୍ଯ୍ୟକ୍ରମ ରହିଛି । ମୋଟ ୩୦ଟି ସରକାରୀ କାର୍ଯ୍ୟଦିବସ ରହିଛି। ଶୀତ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକ ଗତକାଲି ସର୍ବଦଳୀୟ ବୈଠକ ଡାକି ସମସ୍ତ ଦଳର ସହଯୋଗ ଲୋଡ଼ିଛନ୍ତି । ବିଧାନସଭାର ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ୩ଥାକିଆ ସୁରକ୍ଷାବଳୟ ମଧ୍ୟରେ ରହିବ ବିଧାନସଭା। ବିଧାନସଭା ଓ ଆଖପାଖ ଅଞ୍ଚଳରେ ପୋଲିସ ଛାଉଣି କରାଯାଇଛି। ଏଥିପାଇଁ ୨୮ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ ହେବ। ସେହିପରି ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍‌ ସ୍କ୍ବାଡ୍‌, ଅଗ୍ନିଶମ ବିଭାଗ ଆଦି ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ। କେବଳ ଏତିକି ନୁହେଁ ବିଧାନସଭାଠାରୁ ଆରମ୍ଭ କରି ଲୋୟର ପିଏମ୍‌ଜି, ରବୀନ୍ଦ୍ରମଣ୍ଡପ ଛକ ଏବଂ ସଂଲଗ୍ନ ରାସ୍ତାରେ ସିସିଟିଭି ଲଗାଯାଇଛି|

Breaking News