ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ବଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିରେ ମୋହର ବାଜିଛି | ଏଥିରେ ୧୩ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି। ବୈଠକରେ ଓଡ଼ିଶା ସିଭିଲ ସର୍ଭିସ ବୟସ ସୀମା ୩୨ରୁ ୩୮ବର୍ଷକୁ ବୃଦ୍ଧି କରାଯାଇଛି। ସେହିପରି ନଗର ଉନ୍ନୟନ ବିଭାଗରେ ୩୬୫ ଇଞ୍ଜିନିୟର ପଦବୀ ସୃଷ୍ଟି ହୋଇଛି। ପିଏଚଏଫଆଇ ପ୍ରତିଷ୍ଠା ଲାଗି ୫ ଏକର ଜମି ଦେବାକୁ ନିଷ୍ପତ୍ତି ହୋଇଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦ଟି ନୂଆ ଇ-ବସ କିଣିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହି ନୂଆ ଇ-ବସଗୁଡ଼ିକ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସହରରେ ଗଡ଼ିବ ବୋଲି କୁହାଯାଇଛି। ସେହିପରି ୧୧୦ଟି ସହରାଞ୍ଚଳରେ ଏଲଇଡି ଲାଇଟ ଲଗାଇବା ପାଇଁ ୩୧୨ କୋଟି ୧୮ ଲକ୍ଷ ଅନୁମୋଦନ ହୋଇଥିବାବେଳେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ସଚେତନତା ସୃଷ୍ଟି ହେବ। ଆମ ଓଡ଼ିଶା-ନବୀନ ଓଡ଼ିଶାକୁ ଆହୁରୀ ବ୍ୟାପକ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ବୈଠକ ଶେଷର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..