Report Card Odisha

| Daily Odia News

ରାଜ୍ୟ କ୍ୟାବିନେଟରେ ୯ ପ୍ରସ୍ତାବକୁ ମଞ୍ଜୁରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ୯ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ଶ୍ରେଣୀ ବର୍ଗରେ ଚୁକ୍ତଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ଉଚ୍ଛେଦ କରି ନୂଆ ପ୍ରାବଧାନ କରିବାର ପ୍ରସ୍ତାବ ସମେତ ୪ଟି ଜିଲ୍ଲାରେ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଟେଣ୍ଡର ଓ କମ୍ବାଇନଡ୍ ଟେକନିକାଲ ସର୍ଭିସ ରିକ୍ୟୁଟ୍‌ମେଂଟ୍ ପରୀକ୍ଷା ରୁଲସ-୨୦୨୨ ଆଦି ମୋଟ ୯ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସାଧାରଣ ପ୍ରଶାସନ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ମୋଟ ୯ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ କରାଯିବା ସଂକ୍ରାନ୍ତ କ୍ୟାବିନେଟ୍ ନିଷ୍ପତ୍ତି ବିଷୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅବଗତ କରାଇଛନ୍ତି । ଓଡ଼ିଶା ଗ୍ରୁପ-ବି, ସି, ଡି ପଦବୀ-୨୦୨୨କୁ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଅନ୍ୟ ଯେଉଁ ପ୍ରସ୍ତାବଗୁଡ଼ିକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି ସେଥିରେ ୪ଟି ଜିଲ୍ଲାରେ ୧୫୫୩ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ ପ୍ରକଳ୍ପର ଟେଣ୍ଡରକୁ ଅନୁମୋଦନ ମିଳିଛି । ନୟାଗଡ଼, କଳାହାଣ୍ଡି, ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଏସବୁ ମେଗା ପାନୀୟ ଜଳ ପ୍ରକଳ୍ପ ହେବ । କଳାହାଣ୍ଡି ଜିଲ୍ଲାର ୨ଟି ବ୍ଲକ ଥୁଆମୂଳ ରାମପୁର ଓ କୋକସରା ବ୍ଲକର ମୋଟ ୩୬ଟି ପଂଚାୟତର ୧୫୫ଟି ଗାଁରେ ବାସ କରୁଥିବା ୧.୨୬ଲକ୍ଷ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ୨୪୮.୯୧କୋଟି ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଏହି ପାନୀୟ ଜଳ ପ୍ରକଳ୍ପର ଟେଣ୍ଡର କାର୍ଯ୍ୟ ହାଇଦ୍ରାବାଦର ମେଘା ଇଞ୍ଜିନିୟରିଂ ଆଣ୍ଡ ଇନଫ୍ରାଷ୍ଟକଚର କରିବ । ଖୋର୍ଦ୍ଧା ଜିଲ୍ଲାର ୨ଟି ବ୍ଲକ ଟାଙ୍ଗୀ, ଭୁବନେଶ୍ୱର, ବାଲିପାଟଣା ଓ ବାଲିଅନ୍ତା ବ୍ଲକର ମୋଟ ୬୩ଟି ପଂଚାୟତର ୩୫୬ଟି ଗାଁର ୪.୧୬ଲକ୍ଷ ଲୋକଙ୍କୁ ନିରାପଦ ପାନୀୟ ଜଳ ଯୋଗାଣ ନିମନ୍ତେ ୪୫୬.୫୧କୋଟି ଟଙ୍କାର ଟେଣ୍ଡରକୁ ମଞ୍ଜୁରୀ ମିଳିଛି । ହାଇଦ୍ରାବାଦର ଏନସିସି ଲିଃ ଏହି ଟେଣ୍ଡର ପାଇଛି ।

Breaking News