Report Card Odisha

| Daily Odia News

୪୭୬ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ନିଯୁକ୍ତି ପତ୍ର ପ୍ରଦାନ ପ୍ରଦାନ ବେଳେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ସେବା କେବଳ ଏକ କର୍ମ ନିଯୁକ୍ତି ନୁହେଁ, ଏହା ଆପଣମାନଙ୍କ ପାଇଁ ଏକ ଗୁରୁଦାୟିତ୍ୱ। ଆଜି ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ୮୨ ଜଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୩୯ ଜଣ, ଉଚ୍ଚଶିକ୍ଷା ବିଭାଗର ୨୪ ଜଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୨୩୧ ଜଣ, ସୂଚନା ଓ ଲୋକସଂପର୍କ ବିଭାଗର ୫ ଜଣ, ଯୋଜନା ଓ ସଂଯୋଜନ ବିଭାଗର ୬୧ ଜଣ ଏବଂ ଅନୁସୂଚିତ ଜନଜାତି ଓ ଜାତି ବିଭାଗର ୩୪ ଜଣ। ମୋଟ ୪୭୬ ଜଣ ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ଅଛନ୍ତି। ତନ୍ମଧ୍ୟରେ ଗ୍ରୁପ-ଏ ବର୍ଗର ୯୮ ଜଣ ଅଧିକାରୀ, ଗ୍ରୁପ-ବି ବର୍ଗର ୧୩୦ ଜଣ ଅଧିକାରୀ ଏବଂ ଗ୍ରୁପ-ସି ବର୍ଗର ୨୪୮ ଜଣ କର୍ମଚାରୀ ଅଛନ୍ତି।

Breaking News