ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟ୍ୱିଟ କରି କହିଛନ୍ତି “ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସ୍ୱତନ୍ତ୍ର ସଂଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଭଜନ ଓ ଚଳଚ୍ଚିତ୍ର ଜଗତରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି”।ସୂଚନାଯୋଗ୍ୟ, କୋଭିଡ୍ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ଅମରେନ୍ଦ୍ର ମହାନ୍ତି ପ୍ରାଣତ୍ୟାଗ କରିଛନ୍ତି । ତେବେ ତାଙ୍କ ବିୟୋଗରେ ଓଲିଉଡ୍ ସମେତ ସଙ୍ଗୀତ ଦୁନିଆରେ ଶୋକର ଛାୟା ଖେଳିଯାଇଛି ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……