Report Card Odisha

| Daily Odia News

ଆଜି ମାଟ୍ରିକ ପରୀକ୍ଷାକୁ ନେଇ କହିବେ ମୁଖ୍ୟମନ୍ତ୍ରୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ଆଜି ବଡ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । କରୋନା କାୟା ମେଲାଉଥିବା ବେଳେ ହେବାକୁ ଥିବା ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାବଦରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପୂର୍ବରୁ ଗତକାଲି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରିବାକୁ ନିଷ୍ପତି ନେଇଥିଲେ କେନ୍ଦ୍ର ସରକାର । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଥିବା କହିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ତେଣୁ ରାଜ୍ୟ ସରକାର ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାବଦରେ ବଡ ନିଷ୍ପତି ନେଇପାରନ୍ତି । ଏସବୁ ଭିତରେ ମାସ୍କ ପିନ୍ଧିବା ସହ ବିନା ଲକଡାଉନରେ କରୋନା ସହ ଲଢିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆମ ସୁରକ୍ଷା ପାଇଁ ମାସ୍କ ହିଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ନବୀନ । ଏନେଇ ଟ୍ୱିଟ କରି ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି । ଯାହା ଦର୍ଶାଉଛି ଏବେ ବି ଲକଡାଉନ ଓ ସଟଡାଉନ ବାବଦରେ କୌଣସି ନିଷ୍ପତି ନିଆଯାଇନାହିଁ ।

Breaking News