ରିପୋର୍ଟ କାର୍ଡ / ଭୁବନେଶ୍ୱର
ହ୍ବାଙ୍ଗଝୋ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତି ଦେଶ ଆଉ ରାଜ୍ୟ ପାଇଁ ଉଦୀୟମାନ ଓଡ଼ିଆ ଜାଭେଲିନ ଫିଙ୍ଗାଳି କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ମଙ୍ଗଳବାର ନବୀନ ନିବାସରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କିଶୋରଙ୍କୁ ସଫଳତା ଲାଗି ଶୁଭେଚ୍ଛା ଜଣାଇବା ସହ ପୂର୍ବ ଘୋଷଣାନାମା ଅନୁଯାୟୀ ଦେଢ କୋଟି ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ। ଏସୀୟ କ୍ରୀଡ଼ାରେ କିଶୋର ୮୭.୫୪ ମିଟର ଦୂରତ୍ବକୁ ଥ୍ରୋ କରି ଦ୍ବିତୀୟ ସ୍ଥାନ ହାସଲ କରିଥିଲେ। କିଶୋର ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ ଅଲିମ୍ପିକ୍ସ ଲାଗି ଶୁଭେଚ୍ଛା ଜଣାଇଛନ୍ତି।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..