ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାସହିତ ବାଲେଶ୍ୱରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡର ଭିତ୍ତିପ୍ରସ୍ତର ସ୍ଥାପନ ରଖିଛନ୍ତି । ସେହିଭଳି କଟକରେ ଫୁସଫୁସ୍ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଓ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ୍ ଲାବୋରେଟୋରୀର ଭର୍ଚୁଆଲରେ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି । ଆଜିର ନୂଆ ବ୍ୟବସ୍ଥାଗୁଡ଼ିକ ଲୋକଙ୍କୁ ଖୁବ୍ଶୀଘ୍ର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଅନ୍ୟପଟେ ରଜ ଓ ସାବିତ୍ରୀରେ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ନିଜର ଆବଶ୍ୟକତାକୁ ପୂରଣ କରିବା ସହ ଓଡିଶା, ୧୭ଟି ରାଜ୍ୟକୁ ଅକ୍ସିଜେନ ଯୋଗାଇଛି । ରାଜ୍ୟର ସବୁ ପ୍ରମୁଖ ହସ୍ପିଟାଲରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ନିର୍ମାଣ କରାଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରଜ ଓ ସାବିତ୍ରୀ ଉତ୍ସବ ସମୟରେ ଜନସାଧାରଣ ସତର୍କ ରହି, କୋଭିଡ ନିୟମ ପାଳନ କରି ପର୍ବ ପାଳିବାକୁ ନିବେଦନ କରିଛନ୍ତି ।
More Stories
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..