ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ରୁପତ୍ରରୁ ଜିଏସ୍ଟି ପ୍ରତ୍ୟାହାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି । କେନ୍ଦୁପତ୍ରରେ ଉପରେ ଲାଗିଥିବା ୧୮ ପ୍ରତିଶତ ଜିଏସ୍ଟିକୁ ପ୍ରତ୍ୟାହାର ପାଇଁ ଅନୁରୋଧ କରିଛନ୍ତି । ସରକାର କେନ୍ଦୁପତ୍ର ଉପରେ ୧୮ ପ୍ରତିଶତ ଜିଏସ୍ଟି ଲଗାଇଛନ୍ତି। ଯାହା ଦ୍ୱାର ପ୍ରଭାବିତ ହେଉଛନ୍ତି ତୋଳାଳି । ଗତ କିଛି ଦିନ ତଳେ ହୋଇଥିବା ଜିଏସ୍ଟି ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିଲା । କେନ୍ଦୁପତ୍ର ଉପରେ ୧୮ ପ୍ରତିଶତ ଜିଏସ୍ଟି ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ପ୍ରତିବାଦ କରାଯାଇଥିବା ବେଳେ କେନ୍ଦୁପତ୍ର ତୋଳାଳିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଏହିକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..