ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ହଜାର ୪୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଂଗରୋଧରୁ ୬,୦୮୨ ଓ ସ୍ଥାନୀୟ ସଂକ୍ରମିତ ୪,୪୦୭ ଜଣ ଚିହ୍ନଟ କରାଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯୮୨ ପଜିଟିଭ୍ ଚିହ୍ନଟ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨,୯୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧୫୮, ବାଲେଶ୍ୱର ୪୩୩, ବରଗଡ ୧୬୬, ଭଦ୍ରକ ୧୧୮, ବଲାଙ୍ଗିର ୨୩୮, ବୌଦ୍ଧ ୮୫, କଟକ ୭୮୬, ଦେବଗଡ ୪୪, ଢେଙ୍କାନାଳ ୭୦, ଗଜପତିରୁ ୧୦୯ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୯୨, ଜଗତସିଂହପୁର ୨୦୭, ଯାଜପୁର ୧୯୫, ଝାରସୁଗୁଡା ୨୨୫, କଳାହାଣ୍ଡି ୧୬୩, କନ୍ଧମାଳ ୫୬, କେନ୍ଦ୍ରାପଡା ୯୦, କେନ୍ଦୁଝରରେ ୧୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ କୋରାପୁଟ ୧୬୨, ମାଲକାନଗିରି ୫୫, ମୟୁରଭଞ୍ଜ ୩୮୩, ନବରଙ୍ଗପୁର ୧୫୯, ନୟାଗଡ ୧୯୩, ନୂଆପଡା ୧୦୮, ପୁରୀ ୧୯୮, ରାୟଗଡା ୨୫୩, ସମ୍ବଲପୁର ୩୮୭, ସୋନପୁର ୧୬୩, ସୁନ୍ଦରଗଡ ୧,୪୪୭ ଷ୍ଟେଟପୁଲରୁ ୭୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୪,୪୫୨ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୦ଲକ୍ଷ ୬୦ହଜାର ୬୭ ଜଣ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧ଲକ୍ଷ ୪୪ହଜାର ୪୦୧କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୫ହଜାର ୭୯୭ ଜଣ । ସେହିପରି ରାଜ୍ୟରେ ଆଜି ୩ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ଜଣେ ରହିଛନ୍ତି ।
More Stories
ଶିଶୁ ଜଳିଯିବା ଘଟଣା; କ୍ଷତିପୂରଣ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ….
ପାରାଦୀପ ପ୍ରଗତିର ମୁଖଶାଳା:ମୁଖ୍ୟମନ୍ତ୍ରୀ…..
୨୧ରୁ ଖରିଫ ଧାନ କିଣା ଆରମ୍ଭ…..