ରିପୋର୍ଟ କାର୍ଡ / ଭୁବନେଶ୍ବର
ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଦାମଙ୍କ ବିୟୋଗରେ ବିଶିଷ୍ଠ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶାର ରାଜ୍ୟପାଳ ଶ୍ରୀ ରଘୁବର ଦାସ ଏକ୍ସ ରେ ଶୋକ ପ୍ରକାଶ କରିଛନ୍ତି | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି ଯେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଉଛି । ଭୁବନେଶ୍ୱର ସ୍ଥିତ ଦାମଙ୍କ ବାସଭବନରେ ସବୁ ରାଜନୈତିକ ଦଳର ନେତାମାନେ ଶେଷ ଦର୍ଶନ କରିଛନ୍ତି ।ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।
Discussion about this post