ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ଗୃହରକ୍ଷୀଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଣିକି ଡ୍ୟୁଟି କଲ୍ ଅପ୍ ଭତ୍ତାରେ ଗୃହରକ୍ଷୀ ମାନଙ୍କୁ ୪୨୩ ବଦଳରେ ୫୩୩ ଟଙ୍କା ମିଳିବ। ସୁପ୍ରିମକୋର୍ଟଙ୍କ ନିର୍ଦେଶକ୍ରମେ ସରକାର ନିଷ୍ପତି ନେଇଛନ୍ତି। ସମାନ କାମକୁ ସମାନ ଦରମା ନେଇ ପ୍ରଥମେ ମାନ୍ୟବର ହାଇକୋର୍ଟ ଏବଂ ପରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ। ଜଷ୍ଟିସ ଏମ ଆର ଶାହା ଓ ଜଷ୍ଟିସ ଏମ ଏମ ସୁନ୍ଦରେଶଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ମାମଲାର ରାୟ ଦେଇଥିଲେ। ଏବେ ରାଜ୍ୟ ସରକାର କୋର୍ଟଙ୍କ ଏହି ରାୟକୁ କାର୍ଯ୍ୟକାରୀ କରିଛନ୍ତି।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..