Report Card Odisha

| Daily Odia News

କେନ୍ଦୁପତ୍ର ପାଇଁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ। ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ। ୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

Breaking News