ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧ ମାସ ଭିତରେ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ କୁହାଯାଇଛି। ଗୁରୁବାର ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଏହି ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଭିଡିଓ କନ୍ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ଅଭିଯୋଗ ଶୁଣିବା ପରେ ୧ ମାସ ଭିତରେ ଦାବି ପୂରଣ କରାଯିବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସଂଘର କର୍ମକର୍ତ୍ତା ସୂଚନା ଦେଇଛନ୍ତି। ଏହି ଆଲୋଚନା ବେଳେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ। ଅନ୍ୟପଟେ ଆଗାମୀ ୧ ମାସ ଭିତରେ ଯଦି ସରକାର ଏ ବାବଦରେ କୌଣସି ନିଷ୍ପତ୍ତି ନ ନେବେ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ସେ ନେଇ ସଂଘ ବୈଠକ ପରେ ନିଷ୍ପତ୍ତି ହେବ ବୋଲି କର୍ମକର୍ତ୍ତାମାନେ କହିଛନ୍ତି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….