ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ୩ ଜଣ ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ପାନୀୟ ଜଳ ଓ ପରିମଳ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ବିନୀତ ଭରଦ୍ୱାଜଙ୍କୁ ଓଡ଼ିଶା ଜୀବିକା ମିଶନ, ଭୁବନେଶ୍ୱରର ରାଜ୍ୟ ମିଶନ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଓମଫେଡର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ ଶ୍ରମ କମିଶନର ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ। ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପାରୁଲ ପଟୱାରୀ ‘ମୋ ସ୍କୁଲ’ର ସଦସ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ।






More Stories
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..
ବିନା ଫିଟନେସ୍, ବୀମା, ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ…..