ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରକାର ମା’ମାନଙ୍କର ସମସ୍ୟା ପ୍ରତି ସମ୍ବେଦନଶୀଳ ଅଛନ୍ତି। ସୟଂ ସହାୟକ ଗୋଷ୍ଠୀର ମହିଳାଙ୍କର ଆର୍ଥିକ ଅଭିବୃଦ୍ଧି କରାଇବା ଲକ୍ଷ୍ୟ ନେଇ ଲକ୍ଷପତି ଦିଦି ଯୋଜନା କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ଅଧିକରୁ ଅଧିକ ସୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟାଙ୍କୁ ବାର୍ଷିକ ଏକ ଲକ୍ଷ ଟଙ୍କାର ରୋଜଗାରକ୍ଷମ କରାଇବା ପାଇଁ ପ୍ରୟାସ କରାଯାଉଛି । ରାଜ୍ୟ ସରକାର ୨୦୨୭ ମସିହା ସୁଦ୍ଧା ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାପାଇଁ ଲକ୍ଷ୍ୟ ରଖିଛନ୍ତି । ଏତ୍ଦ ବ୍ୟତୀତ ମହିଳାମାନଙ୍କୁ ସାବଲମ୍ବୀ କରି ସମୃଦ୍ଧ ଓଡ଼ିଶା ଗଢିବା ସରକାରଙ୍କ ଉଦ୍ଦେଶ୍ୟ । ଏଥିପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମା’ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ ସେମାନଙ୍କର ସମସ୍ୟାର ସମାଧାନ କରିବା ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଲକ୍ଷପତି ଦିଦି ସହାୟିକା ଯୋଜନା ନାମକ ଏକ ନୂତନ ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନା ମାଧ୍ୟମରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ପାରିଶ୍ରମିକ ବାବଦ ଅର୍ଥ ବର୍ତ୍ତମାନ ପାଇଁ ସରକାର ବହନ କରିବେ ଏବଂ ଏଥିପାଇଁ GPLF ମାନଙ୍କୁ ଅନୁଦାନ ପ୍ରଦାନ କରିବେ l ଏହି ନିଷ୍ପତ୍ତି ଦାରା ୬୨ ହଜାରରୁ ଉର୍ଦ୍ଧ କମ୍ୟୁନିଟି ସପୋର୍ଟ ଷ୍ଟାଫ ଲାଭବାନ ହେବେ ।






More Stories
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..
ଓଏଏସ୍ ସ୍ତରରେ ଅଦଳବଦଳ…..